୪ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କଲା ବିଜେପି

0
8

ନୂଆଦିଲ୍ଲୀ: ଆଗକୁ ହେବାକୁ ଥିବା ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ପ୍ରଭାରୀ ଓ ସହ ପ୍ରଭାରୀଙ୍କୁ ନିଯୁକ୍ତ କରିଛନ୍ତି | ହରିୟାଣା ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ସହ ପ୍ରଭାରୀ ଭାବେ ଉତ୍ତରପ୍ରଦେଶର ମନ୍ତ୍ରୀ ଭୁପେନ୍ଦ୍ର ସିଂଙ୍କୁ ଦାୟିତ୍ୱ ମିଳିଛି | ସେହିପରି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଓମ ପ୍ରକାଶ ମାଥୁରଙ୍କୁ ନିର୍ବାଚନ ପ୍ରଭାରୀ ସହ ବିହାରର ମନ୍ତ୍ରୀ ନନ୍ଦ କିଶୋର ଯାଦବଙ୍କୁ ସହ ପ୍ରଭାରୀ ଭାବେ ଦାୟିତ୍ୱ ମିଳିଛି |
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ରାଷ୍ଟ୍ରୀୟ ମହାମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି | ସେହିପରି ତାଙ୍କୁ ସହଯୋଗ କରିବା ପାଇଁ ଉତ୍ତରପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଓ କର୍ଣ୍ଣାଟକର ପୂର୍ବତନ ବିଧାୟକ ଲଖମଣ ସାଵଦୀଙ୍କୁ ସହ ପ୍ରଭାରୀ ଦାୟିତ୍ୱ ମିଳିଥିବା ଜଣାପଡିଛି |

LEAVE A REPLY

Please enter your comment!
Please enter your name here