ଆଜିର ର।ଶିଫଳ:୦୫ ମ।ର୍ଚ୍ଚ ୨୦୧୮

0
204

ମେଷ- ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ଆଜି ଆପଣ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ ।

ବୃଷ- ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ମିଥୁନ- ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

କର୍କଟ- ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।

ସିଂହ- ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।

କନ୍ୟା- ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।

ତୁଳା- ଆଜି କାଲି ଅଧ୍ୟୟନସମୟ ଦୀର୍ଘ ହୋଇଥିବାରୁ ପିଲାମାନେ ପାଠପଢାପ୍ରତି ଏକ ବିରକ୍ତି ଭାବ ଆସିପାରେ କିନ୍ତୁ ଏସବୁମଧ୍ୟରେ ସମତୁଲତାର ସହ ସାମାଜିକ ଏବଂ ବୈଧିକ ଜୀବନକୁ ବିକାଶ କରନ୍ତୁ ଓ ଅନ୍ୟାନ୍ୟ ସବୁ ଉତ୍ତମ ହେବ ।

ବିଛା- ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ଧନୁ- ନିଜ ସମ୍ପର୍କରେ ସୁଧାର ଆଣିବା ପାଇଁ ଯୋଜନା କରନ୍ତୁ ଏବଂ ସେମାନଙ୍କୁ ଖୁସି କରିଦିଅନ୍ତୁ ।ଆଜି ଶୀଘ୍ର ଘରେ ପହଞ୍ଚିବା ପାଇଁ ଚ଼େଷ୍ଟା କରନ୍ତୁ ଏବଂ ପରିବାର ବର୍ଗକୁ ବାହାରକୁ ବୁଲେଇ ନେଇ ଯାଆନ୍ତୁ । ଆପଣ ଦେଖିବେ ଆପଣଙ୍କୁ କେତେ ଖୁସି ମିଳିବ ।

ମକର- ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।

କୁମ୍ଭ- ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମୀନ- ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।

LEAVE A REPLY

Please enter your comment!
Please enter your name here