ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧା ବିଗ୍ରହ

0
43

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧା ବିଗ୍ରହ। ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ।

ବିଧି ମୁତାବକ କାଳିଆ ଠାକୁର ୩୫, ବଡ଼ ଠାକୁର ୩୩, ଦେବୀ ସୁଭଦ୍ରା ୨୨ ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିବେ। ପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ।

ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ସର୍ବ ପ୍ରଥମ ଯାତ୍ରାକୁ ଶୃଙ୍ଖଳିତ ଭାବେ ସଂପନ୍ନ କରିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦିବ୍ୟ ସ୍ନାନ ପରେ ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ ହାତୀବେଶ ଏବଂ ସଂଧ୍ୟା ୭ଟା ୩୦ରୁ ୯ଟା ୩୦ ଯାଏଁ ସାହାଣମେଲା ଦର୍ଶନ ହେବ। ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ୪୨ ପ୍ଳାଟୁନ୍ ଫୋର୍ସ ମୁତୟନ କରାଯାଇଛି।

LEAVE A REPLY

Please enter your comment!
Please enter your name here