ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ

0
30

ପୁରୀ : ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ନୀତି ନିର୍ଘଣ୍ଟ ହିସାବରେ ଶନିବାର ସକାଳୁ ଶ୍ରୀଜିଉମାନଙ୍କ ଧାଡ଼ି ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କର ପହଣ୍ଡି ସରିବା ପରେ ମହାପ୍ରଭୁ ବଳଭଦ୍ରଙ୍କ ପହଣ୍ଡି କରାଯାଇଥିଲା। ଏବେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି। ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ବିଜେ କରିବେ ମା’ ସୁଭଦ୍ରା।

ମଧ୍ୟାହ୍ନ ୧୨ଟା ୩୦ରେ ରଥକୁ ରାମକୃଷ୍ଣ, ମଦନମୋହନ ବିଜେ ହେବେ। ଅପରାହ୍ନ ୨ ଟାରୁ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ୪ଟା ସୁଦ୍ଧା ରଥଟଣା ଆରମ୍ଭ ହେବା ଲାଗି ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି।

LEAVE A REPLY

Please enter your comment!
Please enter your name here