୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

0
42

ଭୁବନେଶ୍ୱର : ର।ଜ୍ୟରେ ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲ।ଗିଥିବ। ସମୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି ଯେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ସୋନପୁର, ସମ୍ବଲପୁର, ବୌଦ ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଅନୁଗୁଳ, ଢେଙ୍କାନାଳ, କଟକ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ମଧ୍ୟ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେଣୁ ଏହି ସମୟ ମଧ୍ୟରେ ସମୁଦ୍ର ଭିତରକୁ ମାଛ ମାରିବା ଲାଗି ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ୧୬ ତାରିଖ ରାତି ଯାଏ ଲଘୁଚାପ ଜନିତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here