ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0
57

ଭୁବନେଶ୍ୱର: ମହାନଦୀ ଅବବାହିକା ଅଞ୍ଚଳରେ ବର୍ଷା ଯୋଗୁ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ରହିଛି। ଏ ନେଇ ସମ୍ପୃକ୍ତ ବିଭାଗ ଓ ଜିଲା ପ୍ରଶାସନ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସୋମବାର ସଚିବାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ତୁରନ୍ତ ରିଲିଫ ଯୋଗାଇ ଦେବା ସହ ଜିଲା ପ୍ରଶାସନକୁ ଉଦ୍ଧାର କାର୍ଯ୍ୟ ଓ ରିଲିଫ ଯୋଗାଣ ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ ବିଭାଗ ସହାୟତା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେଉଁସବୁ ସ୍ଥାନରେ ପରିସ୍ଥିତି ସ୍ବାଭାବିକ ହୋଇସାରିଛି ସେଠାରେ ଜିଲା କର୍ତ୍ତୃପକ୍ଷ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରନ୍ତୁ। ଏହାଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ପ୍ରଦାନ କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here