ଆଜି ଶ୍ରୀଜିଉଙ୍କ ପାଖରେ ଲାଗି ହେବ ଅଧରପଣା

0
9

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ରଥାରୂଢ଼ ଠାକୁରଙ୍କ ପାଖରେ ଅଧରପଣା ଲାଗି ହେବ ଓ ଆସନ୍ତାକାଲି ନୀଳାଦ୍ରିବିଜେ। ଏଥିପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଛି। ଗତକାଲି ମଧ୍ୟ ସୁନାବେଶ ଦେଖିବା ଲାଗି ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା।

ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଅଙ୍ଗ ସଜ୍ଜା ପରେ ସୁନାବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଶ୍ରୀଜିଉ। ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ୍ କରାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଥିଲା।

ବଡ଼ଦାଣ୍ଡ, ରଥ ଚତୁର୍ପାର୍ଶ୍ୱ ଓ ପୁରୀ ସହରର ବିଭିନ୍ନ ସ୍ଥାନରେ ୧୪୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ଟ୍ରାଫିକ୍ ନିୟନ୍ତ୍ରଣ ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here