ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ: ୧୬ ଯାଏଁ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା

0
58

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଫଳରେ ଆଜି (୧୨ତାରିଖ)ଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଏପରି ପୂର୍ବାନୁମାନ କରାଯାଇଛି। କେନ୍ଦ୍ରର ସୂଚନା ଅନୁଯାୟୀ ୧୨ ଓ ୧୩ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କେନ୍ଦୁଝରର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୪ ଓ ୧୫ତାରିଖରେ ଉପରୋକ୍ତ ଜିଲ୍ଲାଗୁଡ଼ିକ ସହ ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସୋନପୁର, ବଲାଙ୍ଗୀର ଆଦି ପଶ୍ଚିମ ଓଡ଼ିଶାର ଠାଏ ଠାଏ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଦେଖାଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ଏହାଦ୍ୱାରା ରାଜ୍ୟର ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ବଢ଼ିବା ସମେତ ବନ୍ୟା ହେବାର ମଧ୍ୟ ଆଶଙ୍କାକୁ ଏଡ଼ାଇ ଦିଆଯାଇନ ପାରେ।

LEAVE A REPLY

Please enter your comment!
Please enter your name here