ଅାଜି ଗୁରୁ ଦିବସ

0
60

ଭୁବନେଶ୍ୱର : ଅାଜି ଗୁରୁ ଦିବସ । ଗୁରୁଙ୍କୁ ପୂଜା, ସ୍ମରଣ ଓ ଗୁରୁଙ୍କ ଅାଦର୍ଶରେ ନିଜକୁ ଅନୁପ୍ରାଣିତ କରିବାର ଏକ ପବିତ୍ର ଅବକାଶ । ୧୮୮୮ ମସିହା ସେପ୍ଟେମ୍ବର ଅାଜିର ଦିନରେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଜନ୍ମଗ୍ରହଣ କରିଥିଲେ । ରାଷ୍ଟ୍ରପତି ଥିବା ସମୟରେ ତାଙ୍କ ଜନ୍ମଦିନ ପାଳନ ଲାଗି ବହୁ ଛାତ୍ର ଅନୁମତି ମାଗିବାରୁ ତାଙ୍କ ଜନ୍ମଦିନକୁ ଗୁରୁଦିବସ ଭାବେ ପାଳିବା ପାଇଁ ରାଧାକ୍ରିଷ୍ଣନ ପରାମର୍ଶ ଦେଇଥିଲେ ।

୧୯୬୨ ମସିହାଠାରୁ ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଏହି ବରେଣ୍ୟ ଗୁରୁଙ୍କ ଜନ୍ମ ଦିବସକୁ ଅାମ ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ଅାଜି ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳୁଛନ୍ତି ଛାତ୍ରଛାତ୍ରୀ।

LEAVE A REPLY

Please enter your comment!
Please enter your name here