ଆଜି ସଂନ୍ଧ୍ୟ। ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପ।ରେ

0
71

ଭୁବନେଶ୍ୱର: ଆଜି ସନ୍ଧ୍ୟା ସୁଦ୍ଧା ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ  ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ ଦିନ ଯାଏ ୭ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହି ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଗଞ୍ଜାମ, କଟକ, ନୟାଗଡ଼, ରାୟଗଡ଼ା ଏବଂ ବାଲେଶ୍ୱରରେ ମଧ୍ୟ ବର୍ଷା ହୋଇପାରେ।ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

LEAVE A REPLY

Please enter your comment!
Please enter your name here