କଟକ ଓ ଭୁବନେଶ୍ୱରରେ ରାତି ୮ଟାରୁ ୧୦ ମଧ୍ୟରେ ବାଣ ଫୁଟାଇବାକୁ କମିଶନରେଟର ପୁଲିସ ନିର୍ଦ୍ଦେଶ

0
21

ଭୁବନେଶ୍ୱର: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳୀ। ରାଙ୍ଗୀନ ଆଲୋକ ସହ ଦୀପ ଆଲୁଅରେ ସଜେଇ ହେବ ସହରଠାରୁ ଗାଁ। ଏହାସହ ବାଣ ଫୁଠାଇ ଦୀପାବଳୀକୁ ଆନନ୍ଦ ଉଲ୍ଲାସର ସହ ପାଳନ କରିବେ ଲୋକେ। ତେବେ ଦୀପାବଳୀରେ ସୁରକ୍ଷିତ ବାଣ ଫୁଟା ନେଇ କମିଶନରେଟ ପୁଲିସ ନିର୍ଦ୍ଦେଶାବଳୀ ଜାରି କରିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏଥିରେ କଟକ ଓ ଭୁବନେଶ୍ୱରରେ ରାତି ୮ଟାରୁ ୧୦ ମଧ୍ୟରେ ବାଣ ଫୁଟାଇବାକୁ ନିର୍ଦ୍ଦେଶ ରହିଛି। ଏହାସହ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ କରୁଥିବା ବାଣ ଫୁଟାଇବା ନିଷେଧ କରାଯାଇଛି। ଚାଇନା ବାଣ ମାଳ ଅବସ୍ଥାରେ ଫୁଟାଇବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋର୍ଟ ପାଖରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।ଲାଇସେନ୍ସ ପ୍ରାପ୍ତ ବିକ୍ରେତାଙ୍କ ନିକଟରୁ ବାଣ କିଣିବାକୁ ପୁଲିସ ପକ୍ଷରୁ କୁହାଯାଇଛି। ଏହାସହ ଜନବସତିଠାରୁ ଦୂରରେ ଖୋଲା ପଡିଆରେ ବାଣ ଫୁଟାଇବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

 

LEAVE A REPLY

Please enter your comment!
Please enter your name here