ବାପୁଜୀନଗର ଏସ୍‌ବିଆଇ ଶାଖାରେ ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ

0
46

ଭୁବନେଶ୍ୱର: ଆଜି ଭୋର ସମୟରେ ଭୁବନେଶ୍ୱର ବାପୁଜୀନଗର ସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ ଇଣ୍ଡିଆ(ଏସ୍‌ବିଆଇ) ବ୍ୟାଙ୍କର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ଯଦିଓ ଏହି ଅଗ୍ନିକାଣ୍ଡରେ କୌଣସି ବଡ଼ ଧରଣର କ୍ଷୟକ୍ଷତି ହୋଇନାହିଁ, ତେବେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନଷ୍ଟ ହୋଇଯାଇଥିବା କୁହାଯାଉଛି। ଏପର୍ଯ୍ୟନ୍ତ କ୍ଷୟକ୍ଷତିର ଆକଳନ କରାଯାଇ ନାହିଁ। ସେପଟେ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବାବେଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

LEAVE A REPLY

Please enter your comment!
Please enter your name here