‘କାଳିଆ’ ପାଇଁ ଆବେଦନ ତାରିଖ ଜାନୁଆରୀ ୧୫ ତାରିଖକୁ ବୃଦ୍ଧି

0
66

ଭୁବନେଶ୍ୱର: କୃଷକଙ୍କ ପାଇଁ ରାଜ୍ୟ ସରକାରଙ୍କ ଯୋଜନା ‘କାଳିଆ’ ପାଇଁ ଆବେଦନ ତାରିଖକୁ ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ । ଚାଷୀମାନଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଯୋଜନାର ଆବେଦନ ତାରିଖ ଜାନୁଆରୀ ୧୦ରୁ ୧୫ ତାରିଖକୁ ବୃଦ୍ଧି କରାଯାଇଛି ବୋଲି କୁହାଯାଇଛି । ସେହିପରି ଦ୍ୱିତୀୟ ପର୍ଯ୍ୟୟର ଆବେଦନ ତାରିଖ ଜାନୁଆରୀ ୨୫ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୫ ପର୍ଯ୍ୟନ୍ତ ଚାଲିବ ବୋଲି ଘୋଷଣା କରାଯାଇଛି । କାଳିଆ ଯୋଜନାରୁ ଯେପରି ଜଣେ ବି ଯୋଗ୍ୟ ଚାଷୀ ବାଦ୍ ନ ପଡ଼ନ୍ତି ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here